ଓଡ଼ିଶାଲାଇଭ୍‌ ବ୍ୟୁରୋ

ଗଞ୍ଜାମର ସ୍ଥିତି ବେହାଲ। ପ୍ରତି ଦୁଇ ଘଣ୍ଟାରେ ଗଞ୍ଜାମ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତକାଲି ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ଥିଲା। ହେଲେ ଆଜି ବର୍ତ୍ତମାନସୁଦ୍ଧା ୧୮ ଚିହ୍ନଟ ହୋଇଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଛୁଇଁଛି।

ଗଞ୍ଜାମରେ ଏବେ ଆଉ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସୁରତ ଫେରନ୍ତା। କ୍ୱାରେଣ୍ଟାଇନ ସେଣ୍ଟରରେ ଅଛନ୍ତି। ଗଞ୍ଜାମରେ ପ୍ରତିଦିନ ୨୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ସରକାରଙ୍କ ଚିନ୍ତା ବଢ଼ିଛି।

ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୬୮ରେ ରହିଛି।

Comment