ଓଡ଼ିଶାଲାଇଭ୍ ବ୍ୟୁରୋ

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ୫ଦିନ ଯାଏଁ ବର୍ଷା ହେବା। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏହି ସମୟରେ ଘଣ୍ଟାପ୍ରତି ୪୦ କିଲୋମିଟର ବେଗରେ ପବନ ବହିବା ସହିତ ବର୍ଷା ଓ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

କାଳବୈଶାଖୀର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ  ମଧ୍ୟ ଅନୁମାନ କରାଯାଇଛି। ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।

ଏଥିପାଇଁ ରାଜ୍ୟର ୯ଟି ଜିଲ୍ଲାକୁ ୟେଲୋ ଓ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ମାଲକାନଗିରି, କୋରାପୁଟ ଜିଲ୍ଲା ଆଦିମାନଙ୍କରେ ବଜ୍ରପାତ ସହ ବର୍ଷା ହେବ ବୋଲି ସତର୍କ କରାଯାଇଛି।

Comment