ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଗଞ୍ଜାମରେ ଚିହ୍ନଟ ହେଲେ ପୁଣି ଜଣେ କରୋନା ପଜିଟିଭ୍। ଜଣେ ୨୬ ବର୍ଷୀୟ ସୁରତ ଫେରନ୍ତା ଯୁବକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଛି।

ଏହି ଯୁବକ ଜଣକ କ୍ୱାରେଣ୍ଟିନରେ ଥିଲେ ବୋଲି ରାଜ୍ୟ ସରକାରଙ୍କ ତରଫରୁ କୁହାଯାଇଛି। ଏଥିସହ ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି।

ଶନିବାର ସକାଳୁ ଗଞ୍ଜାମରେ ୧୨ ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏବେ ଆଉ ଜଣେ ପଜିଟିଭ୍ ଚିହ୍ନଟ ହେବା ପରେ ଏବେ କେବଳ ଗଞ୍ଜାମ ଜିଲ୍ଲାରେ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୪କୁ ବୃଦ୍ଧି ପାଇଛି।

Comment