ଓଡ଼ିଶାଲାଇଭ୍‌ ବ୍ୟୁରୋ

ବିଜେଡି ନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଆଜି ଦେହାନ୍ତ ହୋଇଛି। ସେ ଦୀର୍ଘଦିନ ହେବ ଯକୃତ ରୋଗରେ ପିଡ଼ୀତ ଥିଲେ। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଆଜି ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା।

ଏପ୍ରିଲ ୩୦ ତାରିଖରେ ତାଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ମେ’ ୫ ତାରିଖରେ ତାଙ୍କୁ ଭେଣ୍ଟିଲେଟରରେ ରଖା ଯାଇଥିଲା। ହେଲେ ଆଜି ରାତି ୩ଟା ୫ରେ ତାଙ୍କର ମୃତ୍ୟୁ ହୋଇଛି।

୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସେ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। ଏହାସହ ସେ ପୂର୍ବରୁ ଦୀର୍ଘ ୩୦ ବର୍ଷ ଧରି ରାଷ୍ଟ୍ରିୟ ସ୍ଵୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)ରେ କାମ କରିଥିଲେ। ହିନ୍ଦୁ ଜାଗରଣ ମଞ୍ଚ ଓ ବଜରଙ୍ଗ ଦଳର ମଧ୍ୟ ସେ ସକ୍ରିୟ ସଦସ୍ୟ ଥିଲେ।

ତାଙ୍କ ମୃତ୍ୟୁରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ଏହାସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସୁବାସଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରି ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

Comment