ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ କରୋନା ଭାଇରସରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି ପାଇଛି। ରବିବାର ଗଞ୍ଜାମ ଜିଲ୍ଲାର ଜଣେ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଏହି ଆକ୍ରାନ୍ତ ଜଣକ କେଉଁ ଅଞ୍ଚଳରୁ ଆସିଥିଲେ ଏବଂ କେବେ ଆକ୍ରାନ୍ତ ହୋଇଥିଲେ ସେ ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିପାରିନାହିଁ।

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଗଞ୍ଜାମ ଜିଲ୍ଲାକୁ ପ୍ରବାସୀ ଓଡ଼ିଆମାନେ ଫେରିବା ପରେ ଏହି ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୫୨ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩ ଜଣ ପ୍ରାଣ ହରାଇଛନ୍ତି। ସେହିଭଳି ୬୮ ଜଣ ଆକ୍ରାନ୍ତ କରୋନା କବଳରୁ ସୁସ୍ଥ ହୋଇଥିବାବେଳେ ଏବେ ବି ୨୮୧ ଜଣ ଆକ୍ରାନ୍ତ ବିଭିନ୍ନ ଅଞ୍ଚଳରେ ସକ୍ରିୟ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment