ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ପୁଣି ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ହେଲେ ଗଞ୍ଜାମ, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାର। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ।

ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୧୭ ଜଣ ହୋଇଥିବା ବେଳେ ସୁନ୍ଦରଗଡ଼ର ୨ ଜଣ ଓ ବୌଦ୍ଧରୁ ଜଣେ ଚିହ୍ନଟ ହୋଇଛନ୍ତି। ଆଜି ଗୋଟିଏ ଦିନରେ ମୋଟ୍‌ ୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହାସହ ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଥିବା ବେଳେ ସୁନ୍ଦରଗଡ଼ରେ ୧୬ ଓ ବୌଦ୍ଧରେ ୪କୁ ବୃଦ୍ଧି ପାଇଛି।

ବର୍ତ୍ତମାନ ରାଜ୍ୟରେ ୪୧୪କୁ ବୃଦ୍ଧି ପାଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସେହିପରି ୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଆହୁରି ୩୨୬ ଆକ୍ରାନ୍ତ ସକ୍ରିୟ ଅଛନ୍ତି।

Comment