ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଦିନକୁ ଦିନ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳୁ ରାଜ୍ୟରେ ଆଉ ୧୪ ଜଣ ଲୋକ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଫଳରେ ରାଜ୍ୟରେ ପଜିଟିଭ୍ ସଂଖ୍ୟା ୩୭୭ରୁ ବୃଦ୍ଧି ପାଇ ୩୯୧ରେ ପହଞ୍ଚିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୧୨ ଜଣ ଚିହ୍ନଟ ହୋଇଥିବାବେଳେ କେନ୍ଦାପଡ଼ା ଓ ରାଉରକେଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ରାଉରକେଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ଅନ୍ୟପଟେ କେନ୍ଦ୍ରାପଡ଼ା ଓ ଗଞ୍ଜାମରୁ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଏବେ ମୋଟ ୩୯୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ଏବେ ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ୩୨୦ ଜଣ ଆକ୍ରାନ୍ତ ରହିଥିବାବେଳେ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩ ରହିଛି।

Comment