ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ରାଜ୍ୟରେ ପୁଣି ୨୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ହେଲେ ବାଲେଶ୍ଵର, ଗଞ୍ଜାମ, ଯାଜପୁର, ପୁରୀ ଓ ବୌଦ୍ଧ ଜିଲ୍ଲାର। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ।

ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ବାଲେଶ୍ଵରରୁ ୧୫, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୩ ଲେଖାଏଁ, ପୁରୀ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ସୁରତ ଫେରନ୍ତା ରହିଛନ୍ତି।

ଏହାସହ ବର୍ତ୍ତମାନ ବାଲେଶ୍ଵରରେ ୫୭, ଗଞ୍ଜାମରେ ୧୫୭, ଯାଜପୁରରେ ୬୪, ବୌଦ୍ଧ ୫ ଓ ଯାଜପୁରରେ ୪କୁ ବୃଦ୍ଧି ପାଇଛି।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ସେହିପରି ୩୪୯ ଜଣ ସକ୍ରିୟ ଓ ୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି।

Comment