ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ଆଉ ୩୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର। ଏହା ସହ ରାଜ୍ୟରେ ବର୍ତ୍ତମାନ ୧୧୬କୁ ବୃଦ୍ଧି ପାଇଛି ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ।

ଆଜି ସକାଳୁ ମୋଟ୍‌ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ବାଲେଶ୍ଵରରୁ ୧୫, ଯାଜପୁର ଓ ଗଞ୍ଜାମ ଜିଲ୍ଲାରୁ ୩ ଲେଖାଏଁ, କଟକ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ଯାଜପୁର ଜିଲ୍ଲାରେ ୩୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଥିବା ବେଳେ ୧୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଏବେ ସକ୍ରିୟ ସଂଖ୍ୟା ୩୧୮ରେ ରହିଛି ଓ ୩ ଜମଙ୍କ ମୃତ୍ୟୁ ହୋଇଛି।

Comment