ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଓଡ଼ିଶା ପାଇଁ ଏକ ଖୁସି ଖବର ଆସିଛି। ରାଜ୍ୟର ଆଉ ୨୭ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ସୁସ୍ଥ ହୋଇଥିବା ଏହି ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରର ୯ଜଣ, ଭୁବନେଶ୍ୱରର ୮ଜଣ, ଭଦ୍ରକର ୪ ଜଣ, ଗଞ୍ଜାମର ୨ଜଣ, ସୁନ୍ଦରଗଡ଼ର ୨ଜଣ ଏବଂ କୋରାପୁଟ ଓ କେନ୍ଦୁଝରର ଜଣେ ଲେଖାଏଁ ସାମିଲ୍ ଅଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ଏବେ କରୋନା କବଳରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ରାଜ୍ୟରେ ଏବେ ମୋଟ ୫୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment