ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ପୁଣି ୭୩ ଜଣ ଲୋକ କରୋନା ପଜିଟିଭ୍ ଥିବା ଜଣାପଡ଼ିଛି। ଫଳରେ ଏବେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି। ଏନେଇ ଗୁରୁବାର ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ନୂଆକରି ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ରହିଛନ୍ତି। ଗଞ୍ଜାମ ଜିଲ୍ଲାରୁ ୪୨ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୩,  ଭଦ୍ରକରୁ ୯, ଯାଜପୁରରୁ ୧୭ ଓ ସୁନ୍ଦରଗଡ଼ରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ରାଜ୍ୟରେ ୬୧୧ଜଣ କରୋନା ଆକ୍ରାନ୍ତ ରହିଥିବାବେଳେ ୧୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ୪୬୫ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Comment