ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

corona test

ରାଜ୍ୟରେ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ କେନ୍ଦ୍ରାପଡ଼ା ଜିଲ୍ଲାର। ଆକ୍ରାନ୍ତମାନେ ସୁରତ ଫେରନ୍ତା ବୋଲି ଜଣାପଡ଼ିଛି। ଏହି ୧୩ ପଜିଟିଭ୍‌କୁ ମିଶାଇ ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଟୁଇଟ କରି ସୂଚନା ଦେଇଛନ୍ତି।

ଆଜି ସକାଳେ ମଧ୍ୟ ୭୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪୨ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୩, ଭଦ୍ରକରୁ ୯, ଯାଜପୁରରୁ ୧୭ ଓ ସୁନ୍ଦରଗଡ଼ରୁ ୨ଜଣ ଚିହ୍ନଟ ହୋଇଛନ୍ତି। ବର୍ତ୍ତ ଆଜି ଗୋଟିଏ ଦିନରେ ୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨୪ରେ ପହଞ୍ଚିଛି। ଏହାସହ ରାଜ୍ୟରେ ୧୪୩ ଜଣ ସୁସ୍ଥ ହୋଇ ଘରକୁ ମଧ୍ୟ ଫେରିଛନ୍ତି। ଏଯାଏଁ ରାଜ୍ୟରେ ୪୭୮ ଜଣ ସକ୍ରିୟ ରହିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି।

Comment