ଓଡ଼ିଶାଲାଇଭ୍‌ ବ୍ୟୁରୋ

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କର ଦେହାନ୍ତ ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଆଜି ସନ୍ଧ୍ୟାରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ। ଜଣେ ଗାନ୍ଧୀବାଦୀ ଭାବେ ସେ ବେଶ୍‌ ଜଣାଶୁଣା ଥିଲେ।

ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମାର୍ଚ୍ଚ ୧୧ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ପୁରୀ ଜିଲ୍ଲା ନିମାପଡ଼ା ବ୍ଲକର ଅଣ୍ଡିଆ ଗାଁରେ ସେ ଜନ୍ମ ଗ୍ରହଣ କରିଥିଲେ। ସେ ମହାତ୍ମା ଗାନ୍ଧୀଙ୍କ ବିଚାର ଧାରାରେ ବଢ଼ିଥିଲେ। ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବରେ ସେ ବେଶ୍‌ ଜଣାଶୁଣା ଥିଲେ।

୧୯୬୧, ୧୯୬୬ ଏବଂ ୧୯୭୮ରେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୮ରେ ସେ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ।

ଭବାନୀ ଚରଣ ପଟ୍ଟନାୟକଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ।

‘‘ଭବାନୀ ଚରଣ ପଟ୍ଟନାୟକ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦୀ ଭାବେ ଜଣାଶୁଣା ଥିଲେ। ଦେଶ ସ୍ୱାଧୀନତା ପାଇବା ପରେ ସେ ସାମାଜିକ ଏବଂ ରାଜନୈତିକ କ୍ଷେତ୍ରରେ ସକ୍ରିୟ ରହିଥିଲେ। ତାଙ୍କ ଦେହାନ୍ତ ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି’’, କହିଛନ୍ତି ମନୋରଞ୍ଜନ ପାଣିଗ୍ରାହୀ।

Comment