ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ଘଟୁଥିବା ମଧ୍ୟରେ ରାଜ୍ୟ ପାଇଁ ପୁଣି ଆସିଛି ଖୁସି ଖବର। ରାଜ୍ୟର ଆଉ ୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଏହି ୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ଯାଜପୁର ଜିଲ୍ଲାର ହୋଇଥିବାବେଳେ ଦୁଇଜଣ ଭଦ୍ରକ ଜିଲ୍ଲାର ବୋଲି ଜଣାପଡ଼ିଛି। ସେହିଭଳି ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ଜଣେ ଲେଖାଁଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ଜଣାପଡ଼ିଛି।

ଏଥିସହ ରାଜ୍ୟରେ ମୋଟ ୬୭୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ ଜଣ ସୁସ୍ଥ ହୋଇସାରିଲେଣି। ଅନ୍ୟପଟେ ଏବେ ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ୫୦୩ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି ବୋଲି ସୂଚନା ରହିଛି।

Comment