ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜ୍ୟରେ ପୁଣି ବୃଦ୍ଧି ପାଇଲା କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ରାଜ୍ୟରେ ଆଉ ୯୧ ଜଣ ଲୋକ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏଥିସହ ରାଜ୍ୟରେ ପଜିଟିଭ୍ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି।

ରବିବାର ଚିହ୍ନଟ ହୋଇଥିବା ୯୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୮୭ ଜଣ କ୍ୱାରେଣ୍ଟିନ୍ ସେଣ୍ଟର ଓ ୪ ଜଣ ଲୋକାଲ ଲୋକ ବୋଲି ଜଣାପଡ଼ିଛି। ଏଥିସହ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୬୨୭କୁ ବୃଦ୍ଧି ପାଇଛି। ସମ୍ବଲପୁରରେ ପ୍ରଥମ ଥର ପାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଠାରେ ଜଣେ ବ୍ୟକ୍ତି କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି।
ଅନ୍ୟପଟେ ଗଞ୍ଜାମ ଜିଲ୍ଲାର ଦୁଇ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି।


















