ଓଡ଼ିଶାଲାଇଭ୍‌ ବ୍ୟୁରୋ

ବାତ୍ୟା ଅମ୍ପନ ମୁକାବିଲା କରିବା ପାଇଁ ୪ଜଣ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ବାଲେଶ୍ୱର ଜିଲ୍ଲା ପାଇଁ ମଧୁସୂଦନ ପାଢ଼ୀ, ଭଦ୍ରକ ପାଇଁ ସୁଶୀଲ ଲୋହାନୀ, କେନ୍ଦ୍ରାପଡ଼ା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ପାଇଁ ଶାଶ୍ୱତ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି।

ଏହି ୪ଟି ଜିଲ୍ଲାରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିବାର ଥିବାରୁ ବରିଷ୍ଠ ଆଇଏଏସ୍‌ ଅଫିସରମାନଙ୍କୁ ଦାୟିତ୍ୱ ଦିଆଯାଇଛି।

ବର୍ତ୍ତମାନ ବାତ୍ୟା ଅମ୍ପନ ପାରାଦୀପଠାରୁ ୭୭୦ କିଲୋମିଟର ଦୂରରେ ରହିଛି। ଘଣ୍ଟାକୁ ୪ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି ବାତ୍ୟା।

Comment