ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବ ମହାବାତ୍ୟା ଅମ୍ପନ। ମହାବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଜି ଆଲୋଚନା କରିଛନ୍ତି। ବାତ୍ୟା ମୁକାବିଲା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହଯୋଗ କରିବାକୁ ପ୍ରସ୍ତୁତ ଥିବା ଶାହ କହିଛନ୍ତି।

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ଅମ୍ପନର ସମୀକ୍ଷା କରିଥିଲେ। ବାତ୍ୟାକୁ ନେଇ ଭୟଭୀତ ନହେବାକୁ ଲୋକମାନଙ୍କୁ ପରାମର୍ଶ ଦେଇଥିଲେ।

ବାତ୍ୟା ଅମ୍ପନ ପାରାଦୀପଠାରୁ ଦକ୍ଷିଣରେ ୪୮୦ କିଲୋମିଟର ଦୂରରେ ରହିଛି। ଘଣ୍ଟାକୁ ୧୫ କିଲୋମିଟର ବେଗରେ ଆଗକୁ ବଡୁଛି ବାତ୍ୟା। ଏହାର ପ୍ରଭାବରେ ଓଡ଼ିଶାର ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଅଞ୍ଚଳ ପ୍ରଭାବିତ ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

Comment