ଓଡ଼ିଶାଲାଇଭ୍‌ ବ୍ୟୁରୋ

(ଖୋର୍ଦ୍ଧାରୁ ଦିଲ୍ଲିପ ନାଇଡୁ): ଖୋର୍ଦ୍ଧା ଜିଲ୍ଲାରେ ପୁଣି ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାସହ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ମଧ୍ୟ ହୋଇଛି।

ମୃତକ ଜଣକ ହେଉଛନ୍ତି ବେଗୁନିଆ ବ୍ଲକ ଡିଙ୍ଗର ଗ୍ରାମର ୭୭ବର୍ଷିୟ ବୃଦ୍ଧ। ତାଙ୍କର ଭୁବନେଶ୍ୱରରେ ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ମୃତ ହୋଇଥିବା ସୂଚନା ମିଳିଛି। ଅନ୍ୟ ୬ ଆକ୍ରାନ୍ତଙ୍କ ମଧ୍ୟରେ ଟାଙ୍ଗୀ ବ୍ଲକ ଲେଣ୍ଡୁ ପଞ୍ଚାୟତର ୩ ଓ ସରପାରୀ ଗ୍ରାମର ଜଣେ, ସେହିପରି ଖୋର୍ଦ୍ଧା ବ୍ଲକ ଓରବରସିଂହ ଗ୍ରାମର ଜଣେ ଗର୍ଭବତୀ ମହିଳା ଓ ଜଟଣୀ ଗଜପତିନଗରର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା।

ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କ୍ଵାରେଣ୍ଟିନ୍‌ ସେଣ୍ଟରରେ ଥିଲେ।  ଆକ୍ରାନ୍ତ ଚିହ୍ନଟ ହେବା ପରେ ସେମାନଙ୍କୁ କୋଭିଡ-୧୯ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ସୂଚନା ଦେଇଛି ଜିଲ୍ଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ।

Comment