ଓଡ଼ିଶାଲାଇଭ୍‌ ବ୍ୟୁରୋ

ବାତ୍ୟା ଅମ୍ପନ ପ୍ରଭାବରେ ଆଜି ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଓ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାକୁ  ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ୱର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ପୁରୀ, ଯାଜପୁରୁକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସେହିପରି ଆସନ୍ତାକାଲି ଯାଏଁ ସମୁଦ୍ର ଭିତରକୁ ନଯିବାକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି। ଅନ୍ୟପକ୍ଷରେ ଅମ୍ପନ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଓଡ଼ିଶା ଉପକୂଳରେ ପବନର ବେଗ ମଧ୍ୟ ବଢ଼ିଛି।

Comment