ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ପୁଣି ବୃଦ୍ଧି ପାଇଲା କରୋନା ପଜିଟିଭଙ୍କ ସଂଖ୍ୟା। ଗୁରୁବାର ଓଡ଼ିଶାରେ ପୁଣି ୫୧ଜଣ ଲୋକ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ଶହ ଟପିଛି।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗୁରୁବାର ଆଉ ୫୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କଳାହାଣ୍ଡି ଓ ନୟାଗଡ଼ରୁ ୧୧ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏଥିସହ କଟକ, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, ଅନୁଗୁଳ, ଜଗତସିଂହପୁର, ସମ୍ବଲପୁର, ମାଲକାନଗିରି ଓ ପୁରୀରୁ ମଧ୍ୟ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ନୂଆକରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୮ ଜଣଙ୍କୁ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ କରାଯାଇଥିବାବେଳେ ୩ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡ଼ିଛନ୍ତି।
ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୪୩ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୭୫୩ ଜଣ ସକ୍ରିୟ ଅଛନ୍ତି। ତେବେ ଗୁରୁବାର ଗଞ୍ଜାମରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି।


















