ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା କାଲି ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସ୍ପଷ୍ଟ ସୂଚନା ମିଳିଛି।

ଗୁଇନ୍ଦା ନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି, ପୋଲିସ କମିସନର ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ, ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସମେତ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ବିମାନ ବନ୍ଦରରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି।

ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଓଡ଼ିଶା ଗସ୍ତରେ ବାତ୍ୟାଞ୍ଚଳ ପରିଦର୍ଶନରେ ଯାଇ ପାରନ୍ତି। ଏହାସହ ଭୁବନେଶ୍ୱରରେ ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିପାରନ୍ତି।

ଗତକାଲି ବାତ୍ୟା ଅମ୍ପନ ଓଡ଼ିଶାର ୪ଟି ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବ୍ୟାପକ କ୍ଷତି କରିଥିଲା। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ବାତ୍ୟା ପରିଚାଳନାକୁ ଟୁଇଟ୍‌ କରି ପ୍ରଶଂସା କରିଥିଲେ।

Comment