ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭୁବନେଶ୍ଵର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ସେ ଓଡ଼ିଶା ଆସିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ଗଣେଶି ଲାଲ୍‌।

ଏହାସହ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ବିଜେପି ରାଷ୍ଟ୍ରିୟ ଉପାଧ୍ୟକ୍ଷ ବୈଜନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଓ ପୋଲିସ ଡିଜି ଅଭୟ ପ୍ରମୁଖ ଉପସ୍ଥିତ ଥିଲେ।

ବର୍ତ୍ତମାନ ପ୍ରଧାନମନ୍ତ୍ରୀ ହେଲିକପ୍ଟର ଯୋଗେ ବାତ୍ୟା ଅଞ୍ଚଳ ବୁଲିବେ। ଆକାଶ ମାର୍ଗରୁ କ୍ଷୟକ୍ଷତି ଦେଖି ପୁଣି ଭୁବନେଶ୍ଵର ଫେରିବେ। ଭୁବନେଶ୍ଵର ବିମାନ ବନ୍ଦରରେ ଏକ ସମୀକ୍ଷା ବୈଠକ କରାଯିବ। ଏହାପରେ ମୋଦୀ ପୁଣି ଦିଲ୍ଲୀ ଫେରିବେ।

ପ୍ରଥମେ ମୋଦୀ ପଶ୍ଚିମବଙ୍ଗ ଗସ୍ତ କରିଥିଲେ ସେଠାରେ କ୍ଷୟକ୍ଷତି ଆକଳନ ପରେ ୧ ହଜାର କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ଓଡ଼ିଶା ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କରିପାରନ୍ତି ମୋଦୀ।

Comment