ଓଡ଼ିଶାଲାଇଭ୍ କରୋନା ବ୍ୟରୋ

ରାଜ୍ୟରେ ପୁଣି ବୃଦ୍ଧି ପାଇଲା କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ରାଜ୍ୟରେ ପୁଣି ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ସହିତ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି।

ରବିବାର ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ପୁରୀ ଜିଲ୍ଲାରୁ ୧୬, ନୟାଗଡ଼ ଜିଲ୍ଲାରୁ ୧୩ ଜଣ ପଜିଟିଭ୍ ଜଣାପଡ଼ିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬୦ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ, ୪  ଜଣ ହୋମ୍ କ୍ୱାରେଣ୍ଟିନ୍ ଓ ୩  ଜଣ ସ୍ଥାନୀୟ ଲୋକ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୯୭ ସୁସ୍ଥ ହୋଇଥିବାବେଳେ ୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏବେ ବି ରାଜ୍ୟରେ ୮୩୨ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।

Comment