ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆହୁରି ୫ ଦିନ ଗ୍ରୀଷ୍ମପ୍ରବାହ ଜାରି ରହିବ। ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାରେ ଅତ୍ୟଧିକ ଗରମ ଅନୁଭୂତ ହେବ। ଏନେଇ ୧୦ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ୧୦ଟି ଜିଲ୍ଲାରେ ଆଗାମୀ ୨୭, ୨୮, ୨୯ ତାରିଖ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ରହିବ। ୧୦ଟି ଜିଲ୍ଲା ହେଲା ବଲାଙ୍ଗିର, କଳାହାଣ୍ଡି, ଅନୁଗୁଳ, ବୈଦ୍ଧ, ସୋନପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ମାଲକାନଗିରି ଓ ସମ୍ଵଲପୁର।

ଏହଛଡ଼ା ଅନ୍ୟ ସମସ୍ତ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Comment