ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ରାୟଗଡ଼ା ସମେତ କୋରାପୁଟ, ଗଜପତି ଓ ମାଲକାନଗିରି ଜିଲ୍ଲାରେ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ବର୍ତ୍ତମାନ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ମାଲକାନଗିରି, କଳାହାଣ୍ଡି ଓ ଅନୁଗୁଳ ଜିଲ୍ଲାରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମପ୍ରବାହ ରହିବ ବୋଲି କୁହାଯାଇଛି।

ରବିବାର ମଧ୍ୟ ରାଜ୍ୟରେ ପ୍ରବଳ ଖରା ଦେଖିବାକୁ ମିଳିଥିଲା। ରାଜ୍ୟ ୧୪ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ବିଶେଷକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ସହ ତାତି ଦେଖିବାକୁ ମିଳଥିଲା। ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ଗତକାଲି ଟିଟିଲାଗଡ଼ରେ ତାପମାତ୍ରା ୪୫.୮ ଡିଗ୍ରୀ ରହିଥିଲା।

Comment