ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ଆଉ ୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହ ବର୍ତ୍ତମାନ ରାଜ୍ୟରେ ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସୁସ୍ଥ ହୋଇଥିବା ୮୪ ଜଣକ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୪, ଯାଜପୁରରୁ ୧୮, ବାଲେଶ୍ଵରରୁ ୧୧, କଟକରୁ ୭, ଭଦ୍ରକରୁ ୬, କେନ୍ଦ୍ରାପଡ଼ାରୁ ୫, ଖୋର୍ଦ୍ଧା ଓ ପୁରୀରୁ ୪ ଜଣ ଲେଖାଏଁ, ନୟାଗଡ଼ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଓ ସୁନ୍ଦଗରଗଡ଼ରୁ ଜଣେ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ ଆଜି ସକାଳେ ରାଜ୍ୟରେ ୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ କ୍ଵାରେଣ୍ଟିନ୍‌ରେ ଥିବା ବେଳେ ୮ ଜଣ ଲୋକାଲ୍‌ର ବୋଲି ଜଣାପଡ଼ିଛି।

ଏହାସହ ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୧୭ରେ ପହଞ୍ଚିଥିବା ବେଳେ ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୭୭୭ ଜଣ ସକ୍ରିୟ ରହିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ହୋଇଛି।

Comment