ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ପ୍ରଥମ ଥର ପାଇଁ ସୋନପୁର ଛୁଇଁଲା କରୋନା। ସୋନପୁରରୁ ଆଜି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୯କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ।

ଏହାସହ ଆଜି ମୋଟ୍‌ ୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କଟକରୁ ସର୍ବାଧିକ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ୧୪, କେନ୍ଦୁଝରରୁ ୮, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୬, ଗଞ୍ଜାମରୁ ୫, ବାଲେଶ୍ଵର, ଖୋର୍ଦ୍ଧା, ପୁରୀରୁ ୪ ଜଣ ଲେଖାଏଁ, ନୟାଗଡ଼, ଢେଙ୍କାନାଳରୁ ୩ ଜଣ ଲେଖାଏଁ, ଯାଜପୁରରୁ ୨ ଜଣ, ଅନୁଗୁଳ, ଝାରସୁଗୁଡ଼ା ଓ ସୋନପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ଏହାସହ ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୧୭କୁ ବୃଦ୍ଧି ପାଇଥିବା ବେଳେ ୬୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୮୬୧ ଜଣ ସକ୍ରିୟ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here