ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧, ୫୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

୭୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ୧୪, କେନ୍ଦୁଝରରୁ ୮, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୬, ଗଞ୍ଜାମରୁ ୫, ବାଲେଶ୍ଵର, ଖୋର୍ଦ୍ଧା, ପୁରୀରୁ ୪ ଜଣ ଲେଖାଏଁ, ନୟାଗଡ଼, ଢେଙ୍କାନାଳରୁ ୩ ଜଣ ଲେଖାଏଁ, ଯାଜପୁରରୁ ୨ ଜଣ, ଅନୁଗୁଳ, ଝାରସୁଗୁଡ଼ା ଓ ସୋନପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୧ ଜଣ କ୍ଵାରେଣ୍ଟିନ୍‌ରେ ଥିବା ବେଳେ ୮ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି।

ଏହାସହ ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୧୭କୁ ବୃଦ୍ଧି ପାଇଥିବା ବେଳେ ୬୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୮୬୧ ଜଣ ସକ୍ରିୟ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ହୋଇଛି।

Comment