ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାରେ ପ୍ରଥମ ଥର ପାଇଁ ଜଣେ ଡାକ୍ତର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଡାକ୍ତର ଜଣକ କଟକ ସିଟି ହସ୍ପିଟାଲରେ ଶିଶୁ ରୋଗ ବିଶେଷଜ୍ଞ ଭାବେ କାର୍ଯ୍ୟରତ ଅଛନ୍ତି।

ଡାକ୍ତରଙ୍କୁ ପ୍ରଥମେ ଜ୍ୱର ହୋଇଥିଲା। ଏହାପରେ ତାଙ୍କର କୋଭିଡ୍‌ ପରୀକ୍ଷା ହୋଇଥିଲା। ରିପୋର୍ଟ ଆଜି ପଜିଟିଭ୍‌ ଆସିଛି। ତାଙ୍କୁ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ଡାକ୍ତର ଜଣଙ୍କ କେମିତି କରୋନା ଆକ୍ରାନ୍ତ ହେଲେ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନି। କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି।

Comment