ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୨୯ ତାରିଖରୁ ଆରମ୍ଭ ହେବ ସୌନ୍ଦର୍ଯ୍ୟକରଣ କାମ। ଏନେଇ ପୁରୀ ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନଫରେନ୍ସିଂରେ ଜିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।

ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଉଚ୍ଛେଦ କରିଥିଲେ ରାଜ୍ୟ ସରକାର। ଏହାସହ ପୁରୁଣା ମଠ ମଧ୍ୟ ଉଚ୍ଛେଦ କରିଥିଲେ। ପୁରୀକୁ ସୌନ୍ଦର୍ଯ୍ୟକରଣ କରିବା ଲାଗି ଏହି ବ୍ୟବସ୍ଥା କରାଯାଇଥିଲା। ହେଲେ କରୋନା ପାଇଁ ଏହି କାମ ବନ୍ଦ ରହିଥିଲା। ରଥଯାତ୍ରା ପାଖେଇ ଆସୁଥିବାରୁ ଏହି ସୌନ୍ଦର୍ଯ୍ୟକରଣ ଏବଂ ନିର୍ମାଣ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Comment