ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟ ପାଇଁ ପୁଣି ଭଲ ଖବର। ସୁସ୍ଥ ହେଲେ ଆଉ ୭୩ କରୋନା ଆକ୍ରାନ୍ତ। ଏହାସହ ବର୍ତ୍ତମାନ ରାଜ୍ୟରେ ୧ ହଜାର ୫୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ।

୭୩ ଆକ୍ରାନ୍ତଙ୍କ ମଧ୍ୟରୁ ବୌଦ୍ଧରୁ ୨୮, ପୁରୀରୁ ୧୧, କେନ୍ଦ୍ରାପଡ଼ାରୁ ୧୦, କଟକରୁ ୯, ଖୋର୍ଦ୍ଧାରୁ ୭, ମାଲକାନଗିରି ଓ ଅନୁଗୁଳରୁ ୨ ଜଣ ଲେଖାଏଁ, ଗଞ୍ଜାମ, ବାଲେଶ୍ଵର, ଯାଜପୁର ଓ କନ୍ଧମାଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଅନ୍ୟପକ୍ଷରେ ଆଜି ରାଜ୍ୟରେ ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସମସ୍ତ ଆକ୍ରାନ୍ତ କ୍ଵାରେଣ୍ଟିନ ସେଣ୍ଟରରେ ରହିଥିଲେ।

ଏହାସହ ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୧୯ରେ ପହଞ୍ଚିଥିବା ବେଳେ ୧ହଜାର ୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୭୬୦ ଜଣ ସକ୍ରିୟ ରହିଥିବା ବେଳେ ୭ ଜଣ ପ୍ରାଣ ହରାଇଛନ୍ତି।

LEAVE A REPLY

Please enter your comment!
Please enter your name here