ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ପୁଣି ବୃଦ୍ଧି ପାଇଲା କରୋନା ସଂକ୍ରମିତଙ୍କ ସଂଖ୍ୟା। ବୁଧବାର ରାଜ୍ୟରେ ଆଉ ୧୪୩  ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଆଜି ରାଜ୍ୟରେ ଆଉ ୧୪୩ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୧ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡ଼ିଛନ୍ତି।

ସେହିପରି ରାଜ୍ୟର ଆଉ ୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଫଳରେ ଏବେ ରାଜ୍ୟର ମୋଟ ୨୩୮୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ଏବେ ବି ୧୦୫୪ ଜଣ ବ୍ୟକ୍ତି କରୋନାରେ ସକ୍ରିୟ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment