ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ କରୋନା କବଳରୁ ସୁସ୍ଥ ହେଲେ ଆଉ ୮୦ ଜଣ ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ଏବେ କରୋନା କବଳରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଶହ ପାର୍ କରିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି ସୂଚନା ଦେଇଛି।

ବୁଧବାର ରାଜ୍ୟରେ ଆଉ ୧୪୩ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତା ସହିତ ୮୦ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା କବଳରୁ ସୁସ୍ଥ ହୋଇଥିବା ସଂଖ୍ୟା ୧୩୨୫କୁ ବୃଦ୍ଧି ପାଇଛି।

ରାଜ୍ୟରେ ଏବେ ସୁଦ୍ଧା ମୋଟ ୨୩୮୮ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୧୩୨୫ ଜଣ ସୁସ୍ଥ  ଓ ୭ ଜଣ ପ୍ରାଣ ହରାଇସାରିଲେଣି। ରାଜ୍ୟରେ ଏବେ ବି ୧୦୫୪ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Comment