ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସୁଦ୍ଧା ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଥିବାବେଳେ ମୃତକଙ୍କ ସଂଖ୍ୟା ୫ ହଜାର ପାର୍ କରିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ମୁତାବକ ଏବେ ସୁଦ୍ଧା ଦେଶରେ ମୋଟ ୨  ଲକ୍ଷ ୭  ହଜାର ୬୧୫ ଜଣ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୫ ହଜାର ୮୧୫ ଜଣ ପ୍ରାଣ ହରାଇଥିବାବେଳେ ୧ ଲକ୍ଷ ୩୦୨ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏବେ ବି ଦେଶରେ ୧ ଲକ୍ଷରୁ ଅଧିକ ଆକ୍ରାନ୍ତ ସକ୍ରିୟ ଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

କରୋନା ସଂକ୍ରମିତ ରାଜ୍ୟ ତାଲିକାରେ ମହାରାଷ୍ଟ୍ର ସବୁଠୁ ଉପରେ ରହିଛି। ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ହଜାର ଟପିଥିବାବେଳେ ମୃତ୍ୟୁସଂଖ୍ୟା ୨୪୬୫ ରହିଛି। ଏହା ପଛକୁ ଗୁଜରାଟରେ ୧୦୯୨, ଦିଲ୍ଲୀରେ ୫୫୬, ମଧ୍ୟପ୍ରଦେଶରେ ୩୬୪ ଜଣ ଲୋକ କରୋନାରେ ପ୍ରାଣ ହରାଇଛନ୍ତି।

Comment