ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜଧାନୀ ଭୁବନେଶ୍ୱରରୁ ପୁଣି ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜଣେ ହୋମ୍ କ୍ୱାରେଣ୍ଟିନରେ ରହିଥିବା ବେଳେ ଆଉ ୩ ଜଣ ଲୋକାଲ କେସ୍ ବୋଲି ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ହୋମ୍ କ୍ୱାରେଣ୍ଟିନରେ ଥିଲେ। ସେ ଅନ୍ୟ ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି।
ସେହିପରି ଆଇଗିଣିଆ ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ ଏମ୍ସ୍ କର୍ମଚାରୀ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଡୁମଡୁମା ଅଞ୍ଚଳରୁ ମଧ୍ୟ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସଂପୃକ୍ତ ଅଞ୍ଚଳରେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ପଡ଼ୋଶୀମାନଙ୍କୁ ହୋମକ୍ୱାରେଣ୍ଟିନରେ ରହିବାକୁ ପରାମର୍ଶ ଦିଆଯାଇଛି।


















