ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟର ଆଉ ୬୫ ଜଣ କରୋନା ରୋଗୀ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କ ସଂଖ୍ୟା ୧୪୮୧କୁ ବୃଦ୍ଧି ପାଇଛି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ ଗଞ୍ଜାମ ଜିଲ୍ଲାରୁ ବୋଲି ଜଣାପଡ଼ିଛି। ସେହିଭଳି ଭଦ୍ରକରୁ ୯, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣେ ଲେଖାଏଁ, ବାଲେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ  ଏବଂ ଢେଙ୍କାନାଳ, ଝାରସୁଗୁଡ଼ା ଓ କନ୍ଧମାଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଏବେ ୨୪୭୮ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ସେଥିମଧ୍ୟରୁ ୭ ଜଣ ପ୍ରାଣ ହରାଇଛନ୍ତି। ଏଥିସହ ଏବେ ସୁଦ୍ଧା ମୋଟ ୧୪୮୧ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେଣି।

Comment