ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ପୁଣି ବୃଦ୍ଧି ପାଇଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ଆଉ ୯୦ ପଜିଟିଭ୍ ଚିହ୍ନଟ ହେବା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪ ଶହ ପାର୍ କରିଛି।

ଗୁରୁବାର ରାଜ୍ୟର ୧୩ଟି ଜିଲ୍ଲାରୁ ଏହି ୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ନୟାଗଡ଼ରୁ ୭, ଭଦ୍ରକରୁ ୯, ଗଞ୍ଜାମରୁ ୨୨, ସୁନ୍ଦରଗଡ଼ରୁ ୫, କଟକରୁ ୫, ପୁରୀରୁ ୨, ଢ଼େଙ୍କାନାଳରୁ ୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଅନ୍ୟପଟେ ଅନୁଗୁଳ, ବାଲେଶ୍ୱର, କଳାହାଣ୍ଡି, ସମ୍ବଲପୁର,ବରଗଡ଼ ଜିଲ୍ଲାରୁ ମଧ୍ୟ ଜଣେ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୧ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡ଼ିଛନ୍ତି।

ରାଜ୍ୟରେ ଏଥିସହ କରୋନା ପଜିଟିଭ୍ ସଂଖ୍ୟା ୨୪୭୮ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୪୧୬ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୧୦୫୩ ଜଣ ଆକ୍ରାନ୍ତ ଅଛନ୍ତି।

Comment