ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଏବେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଆଜି ୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଛୁଇଁଥିବା ବିଏମ୍ସି କମିସନର ପ୍ରେମ ଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।
ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭। ସେଥିମଧ୍ୟରୁ ୫୧ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଏବେ ୧୩ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ସେମାନେ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଗତ ୨୪ ଘଣ୍ଟା ଭିତରେ ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଜଣେ ହୋମ୍ କ୍ୱାରେଣ୍ଟିନରେ ରହିଥିବା ବେଳେ ଆଉ ୩ ଜଣ ଲୋକାଲ କେସ୍ ବୋଲି ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଥିଲା।
କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ହୋମ୍ କ୍ୱାରେଣ୍ଟିନରେ ଥିଲେ। ସେ ଅନ୍ୟ ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି।
ସେହିପରି ଆଇଗିଣିଆ ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ ଏମ୍ସ୍ କର୍ମଚାରୀ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଡୁମଡୁମା ଅଞ୍ଚଳରୁ ମଧ୍ୟ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସଂପୃକ୍ତ ଅଞ୍ଚଳରେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ପଡ଼ୋଶୀମାନଙ୍କୁ ହୋମକ୍ୱାରେଣ୍ଟିନରେ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଅଞ୍ଚଳରେ ଆକ୍ଟିଭ ସର୍ଭେଲାନ୍ସ ଜାରି ରହିଥିବା ବିଏମ୍ସି ସୂଚନା ଦେଇଛି।
















