ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତାକାଲିଠୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ବିହାର ଓ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଟ୍ରପଲାଇନ୍ ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝଡ଼ ପବନ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ରହିଛି।

ଏହି କାରଣରୁ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼ା, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି।

Comment