ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ହହେଲେ ଖୋର୍ଦ୍ଧାର ୬୩ ବର୍ଷିୟ ବ୍ୟକ୍ତି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ।

ଏହାସହ ଆଜି ରାଜ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୨୪ ଜଣ କ୍ଵାରେଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ଲୋକାଲ କେସ ବୋଲି ଜଣାପଡ଼ିଛି।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୬୦୮ରେ ପହଞ୍ଚିଛି। ସେହିପରି ୧,୪୧୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧,୧୧୭ ଆକ୍ରାନ୍ତ ସକ୍ରିୟ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି।

Comment