ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ବିଶ୍ୱ ପରିବେଶ ଦିବସ। ପ୍ରତିବର୍ଷ  ଜୁନ ମାସ ୫ ତାରିଖ ଦିନ ଏହି ଦିବସ ପାଳନ ହୁଏ। ଏହି ଦିନ ପାଳନ କରିବାର ମୁଖ୍ୟ କାରଣ ହେଉଛି ଲୋକଙ୍କୁ ପରିବେଶ ବିଷୟରେ ଅବଗତ କରାଇବା।

ମଣିଷ ଏବଂ ପରିବେଶ ମଧ୍ୟରେ ବହୁତ ଗଭୀର ସମ୍ପର୍କ ରହିଛି। ପ୍ରକୃତି ବିନା ଜୀବନ ସମ୍ଭବ ନୁହେଁ। ପରିବେଶ କ୍ରମାଗତ ଭାବରେ ଦୂଷିତ ହେଉଛି, ଯାହା ଆମ ଜୀବନରେ ଗଭୀର ପ୍ରଭାବ ପକାଉଛି । ପରିବେଶର ଯତ୍ନ ନେବାକୁ ଏହି ଦିବସ ସମସ୍ତଙ୍କୁ ବାର୍ତ୍ତା ଦେଇଥାଏ।୧୯୭୨ରୁ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି।

ମିଳିତ ଜାତିସଂଘ ୧୯୭୨, ଜୁନ୍‌ ୫ରେରେ ବିଶ୍ୱ ପରିବେଶ ଦିବସ ପାଳନ ପାଇଁ ଏକ ବୈଠକ କରିଥିଲା। ବୈଠକ ପରେ ଏହି ଦିବସ ପାଳନ ପାଇଁ ନିଷ୍ପତ୍ତି ହୋଇଥିଲା। ତେବେ ଏହି ଦିବସ ସେତେବେଳ ସଫଳ ହେବ ଯେତେବେଳେ ସମସ୍ତେ ପରିବେଶର ଯତ୍ନ ନେବେ। ପ୍ରତ୍ୟେକ ବ୍ୟକ୍ତିଙ୍କୁ ବୁଝିବାକୁ ପଡ଼ିବ ଯେ ପରିବେଶ ସୁସ୍ଥ ରହିଲେ ମଣିଷ ସୁସ୍ଥ ରହିବ।

ପ୍ରତିବର୍ଷ ବିଶ୍ୱ ପରିବେଶ ଦିବସ ପାଇଁ ଏକ ସ୍ୱତନ୍ତ୍ର ଥିମ୍‌ ରହିଥାଏ।  ଏ ବର୍ଷ ଏହି ଦିସବର ଥିମ୍‌ ରହିଛି,‘ଟାଇମ୍‌ ଫର୍‌ ନେଚର’।

Comment