ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। ଶନିବାର ରାଜ୍ୟର ଆଉ ୧୧୨ ଜଣ କରୋନା ରୋଗୀ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ ୧୭ ଶହରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ଜଣାପଡ଼ିଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କେନ୍ଦ୍ରପଡ଼ା ଜିଲ୍ଲାରୁ ୩୩ ଜଣ ରହିଛନ୍ତି। ସେହିପରି ବଲାଙ୍ଗିରରୁ ୧୬, ଯାଜପୁରରୁ ୧୧, ସୁନ୍ଦରଗଡ଼ରୁ ୧୦, ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଖୋର୍ଦ୍ଧାରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହପରି କଟକ ଏବଂ ସୋନପୁରୁ ୪ ଜଣ ଲେଖାଏଁ, ବାଲେଶ୍ୱର, ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ନୟାଗଡ଼ରୁ ୨ ଜଣ  ଓ ମୟୂରଭଞ୍ଜରୁ ଜଣେ ରୋଗୀ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ୨୭୮୧ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ସେଥିମଧ୍ୟରୁ ୧୭୧୬ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେହିପରି ୮ ଜଣ ପ୍ରାଣ ହରାଇଥିବାବେଳେ ବାକି ଆକ୍ରାନ୍ତମାନେ ଏବେ ବି କରୋନାରେ ସକ୍ରିୟ ଥିବା ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

LEAVE A REPLY

Please enter your comment!
Please enter your name here