ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏନେଇ ରାଜ୍ୟର ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କଟକ, ଦେବଗଡ଼, ସମ୍ଵଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ବରଗଡ଼, ଢେଙ୍କାନାଳ, ନୟାଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି କରାଯାଇଛି।

ଏହି ସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛି। ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ମୌସୁମୀ ମଧ୍ୟ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Comment