ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୧୧ ଓ ୧୨ ତାରିଖ ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ମୌସୁମୀ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଅଛି। ଏହାର ପ୍ରଭାବରେ ୧୦ ତାରିଖରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଜୁନ୍‌ ପହିଲାରେ ମୌସୁମୀ ବାୟୁ କେରଳ ଛୁଇଁଥିଲା। ରଜ ପୂର୍ବରୁ ମୌସୁମୀ ଓଡ଼ିଶା ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଥିଲା।

LEAVE A REPLY

Please enter your comment!
Please enter your name here