ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଜି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩, ୧୪୦କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

୧୪୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୯, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୮, ସୁନ୍ଦରଗଡ଼ ଓ ବାଲେଶ୍ଵରରୁ ୭ ଜଣ ଲେଖାଏଁ, ଦେବଗଡ଼ରୁ ୫, ନୟାଗଡ଼, ମୟୂରଭଞ୍ଜ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, କେନ୍ଦୁଝର, କଟକ, କନ୍ଧମାଳ ଓ କେନ୍ଦ୍ରାପଡ଼ାରୁ ୨ ଜଣ, ମାଲକାନଗିରି, ଯାଜପୁର, ଢେଙ୍କାନାଳ ଓ ବଲାଙ୍ଗିରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ମଙ୍ଗଳବାର ୫୦ ଜଣ ଏନଡିଆରଏଫ୍‌ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଆଜି ଆଉ ୧୨ ଜଣଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ସଂଖ୍ୟା ୬୨କୁ ବୃଦ୍ଧି ପାଇଛି।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦ ହୋଇଥିବା ବେଳେ ୧,୯୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧,୧୩୬ ସକ୍ରିୟ ଥିବା ବେଳେ ୯ ଜଣଙ୍କ ମୃତ୍ୟୁ ହୋଇଛି।

Comment