ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ୧୭ଟି ଜିଲ୍ଲାରୁ ଆଜି ପୁଣି ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୯୭ଟି କେସ୍‌, ଲୋକଲା କେସ୍‌ ୧୩ଟି। ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୩୩, କଟକରୁ ୨୦, ଖୋର୍ଦ୍ଧାରୁ ୧୪, ଗଜପତିରୁ ୧୧, ପୁରୀରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାୟଗଡ଼ା, ନୟାଗଡ଼, କଳାହାଣ୍ଡି ଓ ମୟୂରଭଞ୍ଜରୁ ୪ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବରଗଡ଼ରୁ ୨, ଝାରସୁଗୁଡ଼ା, ଭଦ୍ରକ, ବଲାଙ୍ଗିରି, କୋରାପୁଟ, କେନ୍ଦୁଝର, କେନ୍ଦ୍ରାପଡ଼ା, ବୌଦ୍ଧରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୯ ଜଣଙ୍କ ମୃତ୍ୟୁ ହୋଇଛି।

Comment