ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୩ ତାରିଖ ଯାଏଁ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।

ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କଳାହାଣ୍ଡିରେ ବର୍ଷା ହେବ। ଏହାକୁ ଦୃଷ୍ଟିରେ ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ବର୍ଷ ଫଳରେ ତାପମାତ୍ରା ହ୍ରାସ ପାଇବ। ଗରମ ଗୁଳୁଗୁଳିରୁ ନିସ୍ତାର ପାଇବେ ଲୋକେ। ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।

Comment