ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟର ଆଉ ୭୨ ଜଣ କରୋନା ରୋଗୀ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଫଳରେ ରାଜ୍ୟର ମୋଟ ସୁସ୍ଥ ହୋଇଥିବା ରୋଗୀଙ୍କ ସଂଖ୍ୟା ୨୩୫୪କୁ ବୃଦ୍ଧି ପାଇଛି।
ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୭ ଜଣ ରହିଛନ୍ତି। ଏହାପରେ ସୋନପୁରରୁ ୯ ଜଣ, ବଲାଙ୍ଗିରରୁ ୭ ଜଣ, ଜଗତସିଂହପୁରରୁ ୬ ଜଣ ସୁସ୍ଥ ହୋଇଛନ୍ତି।
ଏଥିସହିତ କଟକ, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ, ବାଲେଶ୍ୱର ଓ ମୟୂରଭଞ୍ଜରୁ ୪ ଜଣ ଲେଖାଏଁ ଏବଂ ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଏବେ ମୋଟ ୩୩୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୨୩୫୪ ଜଣ ସୁସ୍ଥ ହୋଇସାରିଲେଣି। ରାଜ୍ୟରେ ଦିନକୁ ଦିନ ଆକ୍ଟିଭ୍ କେସ୍ ଅପେକ୍ଷା ସୁସ୍ଥ ହେବା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।


















