ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟର ଆଉ ୧୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ ୨୪୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ୩୦ ଜଣ ଗଞ୍ଜାମ ଜିଲ୍ଲାରୁ ଜଣାପଡ଼ିଛନ୍ତି। ସେହିଭଳି ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ବାଲେଶ୍ୱରରୁ ୧୪, ବଲାଙ୍ଗିରରୁ ୧୨, ଢେଙ୍କାନାଳରୁ ୯, ଅନୁଗୁଳରୁ ୬, କେନ୍ଦୁଝରରୁ ୫, ନୟାଗଡ଼ ଓ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ, ଜଗତସିଂହପୁର ଓ ପୁରୀରୁ ୪ ଜଣ ଲେଖାଏଁ, ଦେବଗଡ଼, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଏବେ ସୁଦ୍ଧା ମୋଟ ୩୪୯୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୪୭୪ ଜଣ ଆରୋଗ୍ୟ ଲାଭ କରିଥିବାବେଳେ ୧୦ ଜଣ ପ୍ରାଣ ହରାଇଛନ୍ତି।

Comment