ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲାର ୫୫ ବର୍ଷୀୟ ବ୍ୟକ୍ତି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଏହାସହ ରାଜ୍ୟରେ ଆଜି ଆଉ ୧୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୧ ଜଣ ଓଡ୍ରାଫ ଓ ଏନ୍‌ଡିଆରଏଫର ମଧ୍ୟ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ୨୧ ଜଣଙ୍କ ମଧ୍ୟରୁ ୧୦୭ କ୍ଵାରେଣ୍ଟାଇନ୍‌ ଓ ୫ ଜଣ ଲୋକାଲ କେସ ବୋଲି ଜଣାପଡ଼ିଛି।

ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ ହୋଇଥିବା ବେଳେ ୨,୩୫୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧,୧୩୧ ଜଣ ସକ୍ରିୟ ଥିବା ବେଳେ ୧୦ ଜଣଙ୍କ ମୃତ୍ୟୁ ହୋଇଛି।

Comment